୨୪ ନିର୍ବାଚନ ପାଇଁ ବିଜେଡିର ସମରସଜ୍ଜା,୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ
ଭୁବନେଶ୍ୱର(ମଣିଭଦ୍ରା ଖବର): ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୋଟ ୬ ଜଣ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ।
ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼ ଦାୟିତ୍ୱ ଦିଆଯାଇଛି । ସେହିପରି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଦାୟିତ୍ୱ ମିଳିଛି । ପ୍ରମିଳା ମଲ୍ଲିକଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଗଜପତି ଦାୟିତ୍ୱ ଦିଆଯାଇଛି ।ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ବୌଦ୍ଧ ଦାୟିତ୍ୱ ମିଳିଛି । ମହେଶ୍ୱର ମହାନ୍ତିଙ୍କୁ ମୟୂରଭଞ୍ଜ, କେଉଁଝର, ପ୍ରତାପ ଜେନାଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ ଦାୟିତ୍ୱ ମିଳିଛି ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର


Post a Comment