BREAKING
Loading...
:

ଗଣିଆ ଏବଂ ଛାମୁଣ୍ଡିଆ ସ୍ବାସ୍ଥ୍ୟ କେନ୍ଦ୍ରକୁ ମିଳିଲା କାୟାକଳ୍ପ ପୁରସ୍କାର

 ଗଣିଆ ଏବଂ ଛାମୁଣ୍ଡିଆ ସ୍ବାସ୍ଥ୍ୟ କେନ୍ଦ୍ରକୁ ମିଳିଲା କାୟାକଳ୍ପ ପୁରସ୍କାର




ଗଣିଆ ୧୩/୦୯(ମଣିଭଦ୍ରା ଖବର) ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଛାମୁଣ୍ଡିଆ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ମିଳିଲା କାୟାକଳ୍ପ ପୁରସ୍କାର । ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ ଉଭୟ ସ୍ବାସ୍ଥ୍ୟ କେନ୍ଦ୍ରର ଅଧିକାରୀଙ୍କୁ ଏହି ପୁରସ୍କାର ବଣ୍ଟନ କରିଥିଲେ । ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନଗଦ ୧ ଲକ୍ଷ ଟଙ୍କା ସହିତ ସାର୍ଟିଫିକେଟ, ଟ୍ରଫି ପ୍ରଦାନ କରାଯାଇଥିବା ବେଳେ ଛାମୁଣ୍ଡିଆ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ୭୫ ହଜାର ଟଙ୍କା ସହିତ ସାର୍ଟିଫିକେଟ ଏବଂ ଟ୍ରଫି ପ୍ରଦାନ କରାଯାଇଥିବା ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ମକରନ୍ଦ ବେଉରା, ଜିଲ୍ଲା ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ସୁଧାଂଶୁ ଶେଖର ଷଡ଼ଙ୍ଗୀ, ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ମଧୁସୂଦନ ଦାସ,ବିପିଏଲ୍ ପ୍ରଭାକର ପଲ୍ଲେଇଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।  


ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

أحدث أقدم
Header ADS