BREAKING
Loading...
:

ପୋଷାକ ବିତରଣ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଯୋଗଦେଲେ ଦଶପଲ୍ଲା ବିଧାୟକ

 ପୋଷାକ ବିତରଣ ଓ  ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଯୋଗଦେଲେ  ଦଶପଲ୍ଲା ବିଧାୟକ




ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଦୁରୁଦୁରା ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସବ ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିପିନ ବିହାରୀ ସାହୁ ଙ୍କ ସଭାପତତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ୱାରୋପ କରିବା ସହ ପୋଷାକ ବିତରଣ ଓ ବୃକ୍ଷ ରୋପଣ କରିଥିଲେ। ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ସରପଞ୍ଚ ସଞ୍ଜୟ କୁମାର ସାହୁ,ସମିତି ସଭ୍ୟ ଗଗନ ବିହାରୀ ମହାପାତ୍ର,ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଉମେଶ ଚନ୍ଦ୍ର କର,ସି ଆର୍ ସି ସି ରାକେଶ କୁମାର ଘଡେ଼ଇ ,ସମାଜସେବୀ ଦାଶରଥି ପ୍ରଧାନ ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ  ପୋଷାକ ବିତରଣ କରିବା ସହ ବିଦ୍ୟାଳୟ ପରିବେଶ ମଧ୍ୟରେ ବୃକ୍ଷ ରୋପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ୧୬୧ ଜଣ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବିତରଣ କରାଯାଇଥିଲା।ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। 


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 

Post a Comment

أحدث أقدم
Header ADS