ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
ବିଭିନ୍ନ ୪୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :
ତୁରନ୍ତ ସମାଧାନ ହେଲା ୨୨ ଗୋଟି ଅଭିଯୋଗ :
ସୁବର୍ଣ୍ଣପୁର (ମଣିଭଦ୍ରା ଖବର)
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୫ ଗୋଟି, ସାମୁହିକ ଦରଖାସ୍ତ 0୮ଗୋଟି ରହିଥିବା ବେଳେ ତନ୍ମଧ୍ୟରେ ଗୋଟିଏ ଦରଖାସ୍ତ ଜିଲ୍ଲା ରେଡ଼କ୍ରସ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୨ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୩ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଗତ ଏକ ମାସ ମଧ୍ୟରେ ବୀରମହାରାଜପୁର ବ୍ଲକ ର ବିଭିନ୍ନ ସମସ୍ୟା ଉପରେ ପ୍ରକାଶିତ ଖବର ଉପରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି, ବିଭାଗୀୟ ଅଧିକାରୀ ମାନେ ଅଂଚଳର ଜନ ଜୀବନ କୁ ପ୍ରଭାବିତ କରୁଥିବା ଭଳି ବିଭାଗୀୟ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର
ଶ୍ରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା, ବୀରମହାରାଜପୁର ଶ୍ରୀମତୀ ଶାନ୍ତି ଲୁହା,ବ୍ଲକ ଉପାଧକ୍ଷ ଶ୍ରୀ ନାରାୟଣ ଲୁହା, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l
ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର


Post a Comment