BREAKING
Loading...
:

ଗଣିଆରେ ୮୨ ଜଣ ଦେଲେ ୫ମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା

 ଗଣିଆରେ ୮୨ ଜଣ ଦେଲେ ୫ମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା




ଗଣିଆ (ମଣିଭଦ୍ରା ଖବର)  ଗଣିଆ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ୫ମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ବ୍ଳକର ୮୩ ଜଣ ଛାତ୍ର ଛାତ୍ରୀ ଏହି ପରୀକ୍ଷା ଦେବା ପାଇଁ ଆବେଦନ କରିଥିଲେ । ସେଥିମଧ୍ୟରୁ ୫୦ ଜଣ ଛାତ୍ରୀ ଏବଂ ୩୩ ଜଣ ଛାତ୍ର । ତେବେ ଆଜି ୮୨ ଜଣ ପରୀକ୍ଷା ଦେଇଥିବା ବେଳେ ଜଣେ ଛାତ୍ରୀ ଅନୁପସ୍ଥିତ ଥିବା ଜଣାପଡିଛି । ଛାତ୍ରୀ ଜଣକ କୃଷ୍ନପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ବୋଲି ଅତିରିକ୍ତ ଶିକ୍ଷା ଅଧିକାରୀ ରାଜକିଶୋର ମହାରଣା ପ୍ରକାଶ କରିଛନ୍ତି ‌‌। ଅତିରିକ୍ତ ଶିକ୍ଷା ଅଧିକାରୀ ରାଜକିଶୋର ମହାରଣା, ପ୍ରଧାନଶିକ୍ଷକ ପବିତ୍ର କୁମାର ବେହେରା, ପ୍ରଫୁଲ୍ଲ କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ   ପରୀକ୍ଷା ପରିଚାଳନା ହୋଇଥିବା ଜଣାପଡିଛି । କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଛନ୍ତି । 


ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

أحدث أقدم
Header ADS