*🌹ଧରାପୃଷ୍ଠକୁ ଧରାବତଣ କରିବେ ଧନଦାତ୍ରୀ ମା' ଲକ୍ଷ୍ମୀ
ଭୁବନେଶ୍ଵର (ମଣିଭଦ୍ରା ଖବର) ଆସନ୍ତା କାଲି ଗଜଲକ୍ଷ୍ମୀ ପୂଜା । ଓଡିଶାର ଅନ୍ୟତମ ପ୍ରସିଦ୍ଧ ଗଣପର୍ବ ହେଉଛି ଗଜଲକ୍ଷ୍ମୀ ପୂଜା । ପଦ୍ମହସ୍ତୀ କମଳାଙ୍କୁ ସ୍ବାଗତ ନେଇ ଚଳଚଞ୍ଚଳ ହୋଇ ଉଠିଛି ଗାଁଠୁ ସହର । ସୁଖ, ସମୃଦ୍ଧି, ସୌଭାଗ୍ୟ, ସୁଖ୍ୟାତି ଓ ଐଶ୍ବର୍ୟ୍ୟର ଭଣ୍ଡାର ନେଇ ବିରାଜିବେ ମାଆ, ଲକ୍ଷ୍ମୀ । ଘଣ୍ଟ ଘଣ୍ଟା, ଶଙ୍ଖନାଦରେ କମ୍ପିବ ଗଗନ ପବନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇ ଆସିଲାଣି । କେଉଁଠି ୧୦ ଦିନ ତ କେଉଁଠି ୭ ଦିନ ଧରି ପୂଜା ପାଇବେ ମା' ଲକ୍ଷ୍ମୀ । କେନ୍ଦ୍ରାପଡ଼ା ଠାରୁ ନେଇ ଲକ୍ଷ୍ମୀ ପୂଜା ପ୍ରସିଦ୍ଧ ଢେଙ୍କାନାଳରେ ଜୋରଦାର ପ୍ରସ୍ତୁତି ହୋଇଛି ।*
*ସାଧାରଣତଃ ଓଡିଆ ପରମ୍ପରାରାରେ ମା' ଲକ୍ଷ୍ମୀଙ୍କୁ ପୂଜା କଲେ ଧନପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି । ମା'ଲକ୍ଷ୍ମୀଙ୍କୁ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ୟ୍ୟ ଓ ପ୍ରେମର ଦେବୀ ମଧ୍ୟ କୁହାଯାଏ । ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି । ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ । ଏଥିପାଇଁ ତାଙ୍କୁ ସମୁଦ୍ର କନ୍ୟା ମଧ୍ୟ କୁହାଯାଏ । ଓଡିଶାର ବିଭିନ୍ନ ସ୍ଥାନରେ ଏହି ପୂଜା ବେଶ ଧୂମଧାମରେ କରାଯାଏ । ବିଶେଷ କରି ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ପୂଜା ପ୍ରସିଦ୍ଧ । ଲକ୍ଷ୍ମୀପୂଜା ଆସିଲେ ଢେଙ୍କାନାଳ ସହରକୁ ସହରକୁ ଲୋକଙ୍କ ସୁଅ ଛୁଟେ ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق