*ସୁଭଦ୍ରା ଯୋଜନାରେ ଆସନ୍ତାକାଲିଠାରୁ ଆରମ୍ଭ ହେବ ଏକ ଟଙ୍କା ପ୍ରେରଣ, ମୋବାଇଲ ଚାର୍ଯ୍ୟ କରି ରଖନ୍ତୁ.....*
ଭୁବନେଶ୍ବର (ମଣିଭଦ୍ରା ଖବର) ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ଭାଗ ଆଉ ଦୁଇଦିନ ପରେ ପ୍ରଦାନ କରାଯିବ। ସେଥିପାଇଁ ସରକାରୀ ସ୍ତରରେ ଯେଉଁ ପଦକ୍ଷେପ ନିଆଯିବା କଥା ତାହା ନିଆଯାଇଛି। ଯେଉଁ ମହିଳାମାନେ ଏହି ଟଙ୍କା ପାଇବେ ସେମାନଙ୍କର ଡାଟା ବେସ କରାଯିବ ସହିତ ଆକାଉଣ୍ଟ ଲିଙ୍କ ମଧ୍ୟ କରାଯାଇଛି।ତେବେ ପରୀକ୍ଷା ମୂଳକ ଭାବେ ଆସନ୍ତାକାଲିଠାରୁ ସେହି ହିତାଧିକାରୀଙ୍କ ଏକ ଟଙ୍କା ଲେଖାଏଁ ପଠାଯିବ।
ସେଥିପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ପଦକ୍ଷେପ ଆରମ୍ଭ କରାଯାଇଛି। ଆସନ୍ତାକାଲି ସୋମବାର ଏବଂ ମଙ୍ଗଳବାର ଏହି ଦୁଇଦିନ ଧରି ପରୀକ୍ଷା ମୂଳକ ଭାବେ ଏକ ଟଙ୍କା ପ୍ରେରଣ କରାଯିବ। ବୁଧବାରଦିନ ବାରିପଦାରେ ଆୟୋଜିତ ମେଗା କାର୍ଯ୍ୟକ୍ରମରେ ଏହି ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଇଚି ଟିପି ପ୍ରେରଣ କରିବେ। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ମିଳିବ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା


إرسال تعليق