BREAKING
Loading...
:

୧୫ କିମି ବେଗରେ ବଢୁଛି ବାତ୍ୟା ‘ ଦାନା’ ; ଧାମରାରେ ମାଡ ହେବା ନେଇ ସୂଚନା ପରେ ହାଇ ଆଲର୍ଟ*

 *୧୫ କିମି ବେଗରେ ବଢୁଛି ବାତ୍ୟା ‘ ଦାନା’ ; ଧାମରାରେ ମାଡ ହେବା ନେଇ ସୂଚନା ପରେ ହାଇ ଆଲର୍ଟ*

ଭୁବନେଶ୍ଵର (ମଣିଭଦ୍ରା ଖବର) ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ବଢୁଛି ।*


 *ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର ।  ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ବଢୁଛି । କ୍ରମେ ଏହାର ଭୀଷଣ ବାତ୍ୟା ରୂପ ନେଇ ଧାମରାରୁ ଭିତରକନିକା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।*


*ପୂର୍ବରୁ ବାତ୍ୟା ୧୮ କିଲୋମିଟର ବେଗରେ ଗତି କରୁଥିବାବେଳେ ଏବେ ଏହାର ଗତିରେ ଧୀରତା ଆସି ୧୫ କିଲୋମିଟରକୁ ହ୍ରାସ ପାଇଛି । ଫଳରେ ସମୁଦ୍ର ଭିତରେ ଏହାର ଅଧିକ ଶକ୍ତିଶାଳୀ ହେଉଥିବା କୁହାଯାଉଛି । ଏବେ ସୁଦ୍ଧା ମିଳିଥିବା ପାଣିପାଗ ବିଭାଗ ସୂଚନା ମୁତାବକ, ଏବେ ଏହା ପାରାଦୀପ ଠାରୁ ୫୨୦ କିଲୋମିଟର ଦୂରରେ ରହିଛି । ସାଗରଦ୍ୱୀପଠାରୁ ଏହାର ଦୂରତା ୬୦୦ କିଲୋମିଟର ରହିଛି ।


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS