BREAKING
Loading...
:

ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା

 ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା

 ଭୁବନେଶ୍ଵର (ମଣିଭଦ୍ରା ଖବର) ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗମୁହାଁ ହେବ । ଆସନ୍ତା ୨୪ ତାରିଖ ମଧ୍ୟରାତ୍ରିରେ ଏହା କେନ୍ଦ୍ରାପଡ଼ା ଓ ଭଦ୍ରକ ମଧ୍ୟ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS