BREAKING
Loading...
:

ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ

 ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ଵର (ମଣିଭଦ୍ରା ଖବର) ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲା ।  ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାଷ୍ଟ୍ରପତି ଭବନ ଓ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଅବଗତ କରିବା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲା ।

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS