ଗୁଛାଗୁଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ରାଇଘର (ମାମନି ଚକ୍ରବର୍ତ୍ତୀ) ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ମୁଣ୍ଡିବେଡା ପଂଚାୟତ ର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଗୁଛାଗୁଡା ଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସିଆରସିସି ରଂଜିତ କୁମାର ବୈରାଗୀ ଯୋଗ ଦେଇଥିବା ବେଳେ ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷାବିତ୍ ଅନନ୍ତ ବାରିକ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ପୂର୍ବତନ ପ୍ରଧାନଶିକ୍ଷକ ବିଜୟ କୁମାର ମହାରଣା, ଅନ୍ୟତମ ସମ୍ମାନିତ ଅତିଥି ଭାବେ ଶିକ୍ଷକ ମନୋଜ ସାସମଲ ଓ ସାମ୍ବାଦିକା ମାମୁନି ଚକ୍ରବର୍ତ୍ତୀ ଯୋଗଦେଇଥିଲେ।
ପିଲାମାନଙ୍କୁ ଶିକ୍ଷା ସହିତ କ୍ରୀଡ଼ା କ୍ଷେତ୍ରରେ ମଧ୍ୟ ଆଗ୍ରହ ବୃଦ୍ଧି କରିବାକୁ ଅତିଥି ମାନେ ଉପଦେଶ ଦେଇଥିଲେ। ଦୁଇଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲା ବେଳେ ଗ୍ରାମବାସୀଙ୍କର ଉତ୍ସାହ ମଧ୍ୟ ପରିଲକ୍ଷିତ ହୋଇଥିଲା। କ୍ରୀଡାଶିକ୍ଷକ ନବୀନ ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଶାନ୍ତନୁ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ପ୍ରଧାନ ଶିକ୍ଷକ ଅଭିରାମ ଲେଙ୍କା ଙ୍କ ଉଦ୍ୟମ ପ୍ରଶଂସନୀୟ ଥିଲା ।
ମଣିଭଦ୍ରା ଖବର, ରାଇଘର



إرسال تعليق