ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ ତରଫରୁ ୪୧ ତମ ଶିଶୁ ମହୋତ୍ସବ
ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଳକ ଆଡକଟାରେ ଥିବା ପଦ୍ମନାଭ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ ତରଫରୁ ୪୧ ତମ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ପ୍ରଧାନଶିକ୍ଷକ ପ୍ରଶନ୍ନ କୁମାର ସେଣ, ପୂରାତନ ଛାତ୍ର ସଂସଦର ସଭାପତି ଚନ୍ଦ୍ରଶେଖର ସାହୁ, ଶିକ୍ଷକ ବାମନ ଚରଣ ବାରିକି,ଗୋଲେଖ ବିହାରୀ ସାହୁ, ବିଦ୍ୟାଳୟର ପ୍ରଧାନଶିକ୍ଷକ ଅରବିନ୍ଦ ମହାଳିକ ପ୍ରମୁଖ ଉପସ୍ଥିତ ଥିଲେ ।
ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ବିଭତ୍ସ ଭଞ୍ଜନ ମୁଦୁଲି ମଞ୍ଚ ପରିଚାଳନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର



إرسال تعليق