BREAKING
Loading...
:

ଶିକ୍ଷକ ଭବନ ପରିସରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

 ଶିକ୍ଷକ ଭବନ ପରିସରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ 

ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଳକ ପ୍ରାଥମିକ ଶିକ୍ଷକ ଭବନ ପରିସରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷାବିତ୍ ରାମଚନ୍ଦ୍ର ଦାଶ, ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବିଜୟ ମହାରଣା, ଅତିରିକ୍ତ ଶିକ୍ଷା ଅଧିକାରୀ ବିନୋଦିନୀ ପଣ୍ଡା, ଅବସରପ୍ରାପ୍ତ ଶିକ୍ଷକ ଶରତ ଜେନା, ଲକ୍ଷ୍ମଣ ବେହେରା,ନବ କିଶୋର ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ଥିଲେ । ଗଣିଆ ବ୍ଳକର ବିଭିନ୍ନ ବିଦ୍ୟାଳୟରୁ ଅବସର ଗ୍ରହଣ କରିଥିବା ପ୍ରାୟ ୧୫ ଜଣ ଶିକ୍ଷକଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଅବସରପ୍ରାପ୍ତ ଶିକ୍ଷକଙ୍କ ମଧ୍ୟରେ ଶ୍ୟାମ ସୁନ୍ଦର ମଲ୍ଲିକ,ସାଧୁଚରଣ ପରିଡ଼ା,କହ୍ନେଇ ଚରଣ ରାଉତ, ପୀତବାସ ମହାପାତ୍ର, ପ୍ରିୟମ୍ବଦା ପଣ୍ଡା,କାନନବାଳା ସାହୁ,ପ୍ରତିମା ଦେବୀ, ଉଦୟନାଥ ସାହୁ, ଲକ୍ଷ୍ମୀଧର ବାଲିଆ, ଶେଷଦେବ ରାଉତ, ତ୍ରିନାଥ ଖଟୁଆ,ରୋମିତା ବିଶ୍ବାଳ,ତ୍ରିଲୋଚନ ବେହେରା ଓ ପ୍ରହଲ୍ଲାଦ ଦଳେଇ ବୋଲି ଜଣାପଡିଛି । 


ଶିକ୍ଷକ ମାନେ ନିଜ ନିଜର ଅନୁଭୂତି ସମ୍ପର୍କରେ ବର୍ଣ୍ଣନା କରିବା ସହିତ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାରୁ କୃତଜ୍ଞତା ଜ୍ଞାପନ କରିଥିଲେ । ଶିକ୍ଷକ ସଂଘ ତରଫରୁ ବରିଷ୍ଠ ଶିକ୍ଷକ ବାମନ ଚରଣ ବାରିକି ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ସଂଘ ସମ୍ପାଦକ ସୁରେଶ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ସଂଘର ସମସ୍ତ ଶିକ୍ଷକ ଏଥିରେ ସହଯୋଗ କରିଥିଲେ । 

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

Previous Post Next Post
Header ADS