ଆଇନସେବା ପ୍ରାଧିକରଣ ରାୟଗଡ଼ା ଦ୍ୱାରା ଆଇନ ସଚେତନତା ଶିବିର
ଭୁବନେଶ୍ୱର (ମଣିଭଦ୍ରା ଖବର) ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲା ଶ୍ରମ ଅଧିକାରୀ ଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତରଫରୁ ପ୍ରବାସୀ ଶ୍ରମିକ ମାନଙ୍କ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ, ରାୟଗଡା ପ୍ରଭାଗୀୟ ଶ୍ରମ ଆୟୁକ୍ତ ଶ୍ରୀ ସୁବାସ ଚନ୍ଦ୍ର ମଣ୍ଡଳ, ରାୟଗଡା ଜିଲ୍ଲା ର ଶ୍ରମ ଅଧିକାରୀ ଶ୍ରୀ ରବିନ୍ଦ୍ରନାଥ ତ୍ରିପାଠି, ଜିଲ୍ଲାର ଅତିରିକ୍ତ ଶ୍ରମ ଅଧିକାରୀ, ରାୟଗଡା ବାର ଆସୋସିଏସନର ଓକିଲ୍ ଦେବରାଜ ନାଏକ, ପ୍ରଣ୍ଟ ଅଫିସ ରିଟେନର ଭାରତି ତ୍ରିପାଠି, ଜିଲ୍ଳାର ସମସ୍ତ ଶ୍ରମିକ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I ନିଜର ବକ୍ତବ୍ୟରେ ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତର ଅଧ୍ୟକ୍ଷ ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ I ଜିଲ୍ଲାର ପ୍ରଭାଗୀୟ ଶ୍ରମ ଆୟୁକ୍ତ ଓ ଶ୍ରମ ଅଧିକାରୀ ନିଜର ବକ୍ତବ୍ୟରେ ଶ୍ରମିକ ମାନଙ୍କ ପାଇ ଉପଲବ୍ଧ ଥିବା ସରକାରଙ୍କ ର ବିଭିନ୍ନ ଜନମଙ୍ଗଳକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ବକ୍ତବ୍ୟରେ ଅନ୍ୟ ସ୍ଥାନକୁ କାର୍ଯ୍ୟ କରିବା ପାଇ ଗଲେ ଜିଲ୍ଲା ଶ୍ରମ ଅଧିକାରୀଙ୍କ ପାଖରେ ପଞ୍ଜିକରଣ କରିବା ପାଇ ସମସ୍ତ ଶ୍ରମିକ ମାନଙ୍କୁ ଅନୁରୋଧ କରିଥିଲେ I ପରିଶେଷରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଶ୍ରମିକ ମାନଙ୍କ ର ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇ ସମସ୍ତ ଶ୍ରମିକ ମାନଙ୍କୁ ବୁଝାଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଜିଲ୍ଳାର ସମସ୍ତ ଶ୍ରମିକ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I
ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment