ବିଜେପି ବିଧାୟକ ଦଳ ବୈଠକ
ଭୁବନେଶ୍ୱର (ମଣିଭଦ୍ରା ଖବର) ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ପରିପ୍ରେକ୍ଷୀରେ ଆଜି ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି।ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଗୃହକାର୍ଯ୍ୟ ସମ୍ପାଦନ ସମ୍ପର୍କରେ ତଥା ଅଧିବେଶନରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ ସମସ୍ତ ବିଷୟକୁ ସକ୍ରିୟ ଅଂଶଗ୍ରହଣ ସହ ଆଲୋଚନାରେ ଭାଗ ନେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।ଉକ୍ତ ବୈଠକରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ,ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ଶ୍ରୀ ମାନସ ମହାନ୍ତି ସହ ବହୁ ମନ୍ତ୍ରୀ ପରିଷଦର ସହଯୋଗୀ ଓ ମାନ୍ୟବର ବିଧାୟକ, ବିଧାୟିକା ଯୋଗଦାନ ।
ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment