କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ କ୍ରିଡ଼ା ଉତ୍ସବ ଉଦଯାପିତ
ଗଣିଆ (ମଣିଭଦ୍ରା ଖବର) କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଚାଲିଥିବା ବାର୍ଷିକ କ୍ରିଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍ ପ୍ରଧାନୀ ବୃନ୍ଦାବନୀ ମହାପାତ୍ର,ସରପଞ୍ଚ ଗିରିଧାରୀ ସେଠୀ, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ପରିଚାଳନା କମିଟିର ସଭାପତି ସମୀର କୁମାର ସାହୁ,ମୋ ସ୍କୁଲ କମିଟିର ସଭାପତି ଦେବାନନ୍ଦ ମିଶ୍ର, ପ୍ରଧାନ ଶିକ୍ଷୟତ୍ରୀ ନିହାର ବାଳା ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।
ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଶାରୀରିକ ଅଭିବୃଦ୍ଧିର ବିକାଶ କରିବା ପାଇଁ ବିଭାଗ ତରଫରୁ ଏହି ପ୍ରୟାସ ଜାରି କରାଯାଇଥିବା ବ୍ଳକ ଶିକ୍ଷା ଅଧିକାରୀ ପ୍ରକାଶ କରିଥିଲେ । ପାଠପଢ଼ା ସହିତ ଛାତ୍ର ଛାତ୍ରୀ ମାନେ କ୍ରିଡାକୁ ଗୁରୁତ୍ବ ଦେବା ଆବଶ୍ୟକ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଦୁଇ ଦିନ ଧରି ଉକ୍ତ ଖେଳପଡିଆରେ ବିଭିନ୍ନ କ୍ରିଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଆଜିର ଉଦଯାପନୀ ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଶିକ୍ଷୟିତ୍ରୀ ସଶ୍ମିତା ମଣ୍ଡଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
إرسال تعليق