BREAKING
Loading...
:

କଟକ ଏସସିବିରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍

 କଟକ ଏସସିବିରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ।

କଟକ (ମାନସ କୁମାର ସାହୁ) ଏସସିବିରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ।ଏହାଦ୍ବାରା ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନାରେ ପ୍ରତିଷ୍ଠା ହେବାକୁ ଥିବା ଟ୍ରମା ସେଣ୍ଟରକୁ କେନ୍ଦ୍ର ସରକାରଙ୍କ ଅନୁମତି ପରେ, ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ।କଟକ SCB ରେ ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୨୪ ଜୁଲାଇ ୨ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଜେ.ପି ନଡ୍ଡା ଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରିଥିଲେ ।

ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି। ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ ।

ମଣିଭଦ୍ରା ଖବର, କଟକ 

Post a Comment

أحدث أقدم
Header ADS