BREAKING
Loading...
:

ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ, ସୂଚନା ଦେଲା ଆଇନ୍‌ ମନ୍ତ୍ରାଳୟ

 ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ, ସୂଚନା ଦେଲା ଆଇନ୍‌ ମନ୍ତ୍ରାଳୟ

ବରିଷ୍ଠ ପ୍ରଶାସନିକ ଅଧିକାରୀ ଜ୍ଞାନେଶ କୁମାର ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଛନ୍ତି । ସେ ବର୍ତ୍ତମାନ ମୁଖ୍ୟ ନିର୍ବାଚନ କମିଶନର ଥିବା ରାଜୀବ କୁମାରଙ୍କ ସ୍ଥାନ ନେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଚୟନ ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ଭାବରେ ଜ୍ଞାନେଶ କୁମାରଙ୍କ ନାଁ ଉପରେ ମୋହର ବାଜିଛି ।


ନିଯୁକ୍ତିକୁ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି ଜ୍ଞାନେଶ କୁମାର ।


ଆଇନ ଏବଂ ନ୍ୟାୟ ମନ୍ତ୍ରଣାଳୟର ଏକ ବିବୃତ୍ତିରେ କୁହାଯାଇଛି ଯେ, ‘ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟାନ୍ୟ ନିର୍ବାଚନ କମିଶନର (ନିଯୁକ୍ତି, ସେବା ସର୍ତ୍ତାବଳୀ ଏବଂ କାର୍ଯ୍ୟକାଳ) ଆଇନ, ୨୦୨୩ (୨୦୨୩ର ଆଇନ ସଂଖ୍ୟା ୪୯)ର ଧାରା ୪ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି, ରାଷ୍ଟ୍ରପତି ୧୯ ଫେବୃଆରୀ, ୨୦୨୫ ଠାରୁ ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ମୁଖ୍ୟ ନିର୍ବାଚନ କମିଶନର ଭାବରେ ନିଯୁକ୍ତ କରିଛନ୍ତି ।’ ନୂତନ ସିଇସି ବିହାର ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ହେବାକୁ ଥିବା ବେଙ୍ଗଲ ଏବଂ ତାମିଲନାଡୁ ସମେତ ଅନ୍ୟାନ୍ୟ ନିର୍ବାଚନ ପରିଚାଳନା କରିବେ। ସେହିଭଳି ୧୯୮୯ ବ୍ୟାଚର IAS ଡକ୍ଟର ବିବେକ ଯୋଶୀଙ୍କୁ ନିର୍ବାଚନ କମିଶନର ଭାବରେ ନିଯୁକ୍ତ କରାଯାଇଛି।

ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS