BREAKING
Loading...
:

ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ପାଳିତ

 ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ପାଳିତ 

ନୟାଗଡ଼( ମଣିଭଦ୍ରା ଖବର) ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କନ୍ୟା ସନ୍ତାନ ମାନେ ଉପଯୁକ୍ତ ଶିକ୍ଷା ପାଇଲେ ସମାଜର ଉନ୍ନତି ଘଟିବ ବୋଲି ମତବ୍ୟକ୍ତ କରିଥିଲେ। କନ୍ୟା ସନ୍ତାନ ମାନଙ୍କୁ ଠିକ ଭାବରେ ଲାଳନ ପାଳନ ସହିତ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ପ୍ରତି ସମସ୍ତେ ଯତ୍ନବାନ ହେବା ଆବଶ୍ୟକ ବୋଲି ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପାଣ୍ଡେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ତଥା ଶିକ୍ଷା ଷ୍ଟାଣ୍ଡିଙ୍ଗ କମିଟି ସଦସ୍ୟା ସଂଯୁକ୍ତା ପଢ଼ିଆରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଜୟଶ୍ରୀ ପ୍ରଧାନ, ଶିଶୁ ସୁରକ୍ଷା ଆଇନ ପରାମର୍ଶଦାତା ଅର୍ସାଦ ଅନସାରୀ,ସହକାରୀ ଜିଲ୍ଲାପାଳ ତପସ୍ୱିନୀ ହାଁସଦା, ଓଡ଼ଗାଁ ବ୍ଲକ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁ, ଦଶପଲ୍ଲା ବ୍ଲକ ଶିକ୍ଷାଧିକାରୀ ଭକ୍ତ ବିନୋଦ ସଲ ଏବଂ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲା ସମଗ୍ର ଶିକ୍ଷା ବାଳିକା ସଂଯୋଜିକା ଶ୍ରାବଣୀ ମିଶ୍ରଙ୍କ ପୌରିହିତ୍ୟରେ ଆୟୋଜିତ ଏହି ସଭାରେ ଏନଏସି ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିବା ବେଳେ କଲେଜ ଲେନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀମାନେ ବାଳିକା ସୁରକ୍ଷା ସଚେତନ ଧର୍ମୀ ସମ୍ବଳିତ ନାଟିକା ପରିବେଷଣ କରିଥିଲେ। ଶେଷରେ କନ୍ୟା ଦିବସ ଉପଲକ୍ଷେ ଜିଲ୍ଲା ସ୍ତରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ। ସମଗ୍ର ଶିକ୍ଷା ସଂଯୋଜିକା ଶୁଭସ୍ମିତା ଦାଶ,ବଳରାମ ଦାସ,ଶିକ୍ଷକ ଗୋକୁଳ ମାର୍ଥା, ପ୍ରଦୀପ କୁମାର ସାହୁ, ଲକ୍ଷ୍ମୀଧର ସାହୁ, ସିଆରସିସି ବିଭୁତି ଭୂଷଣ ମିଶ୍ର, ସନ୍ତୋଷ ପ୍ରଧାନ, ଉମେଶ ସ୍ୱାଇଁ ପ୍ରମୁଖ ସହଯୋଗ କରିଥିବା ବେଳେ ସଂଯୋଜିକା କ୍ରିଷ୍ଣାରାଣୀ ମାଝୀ ଧନ୍ୟବାଦ ପ୍ରଦାନ କରିଥିଲେ ।

ଡ଼.ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS