BREAKING
Loading...
:

ପୁରୀରେ ମହିଳା ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣାରେ ଆକ୍ରମଣକାରୀଙ୍କୁ ଗିରଫ କରିବାକୁ ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଦାବି କଲେ ରାଜ୍ୟ ସଭାପତି

 ପୁରୀରେ ମହିଳା ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣାରେ ଆକ୍ରମଣକାରୀଙ୍କୁ ଗିରଫ କରିବାକୁ ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଦାବି କଲେ ରାଜ୍ୟ ସଭାପତି 

ପୁରୀ (ମଣିଭଦ୍ରା ଖବର) ଶ୍ରୀମନ୍ଦିର ସମ୍ମୁଖରେ "ବଡ ଖବର" ର ମହିଳା ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ପୁରୀ ଠାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିବା ଜଣାପଡ଼ିଛି । ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ନେତୃତ୍ବରେ ଏକ ପ୍ରତିନିଧି ମଣ୍ଡଳୀ ପୁରୀ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଦାବିପତ୍ର ପ୍ରଦାନ କରିବା ସହିତ ଘଟଣାରେ ସଂପୃକ୍ତ ଥିବା ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ଜଣାଇଛନ୍ତି । ଯଦି ଆକ୍ରମଣକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯାଏ ତେବେ ଆଗାମୀ ଦିନରେ ସାରା ରାଜ୍ୟରେ ଉତ୍କଳ ସାମ୍ବାଦିକ ସଂଘ ଆନ୍ଦୋଳନ ଜାରି ରଖିବ ବୋଲି ସଭାପତି ଶ୍ରୀକର ଚେତାବନୀ ଦେଇଛନ୍ତି । 

ମଣିଭଦ୍ରା ଖବର,ପୁରୀ

Post a Comment

Previous Post Next Post
Header ADS