BREAKING
Loading...
:

ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ ଅନୁଷ୍ଠିତ।

 ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ ଅନୁଷ୍ଠିତ।

 


ଗଜପତି(ମନୋଜ ପାଢୀ)-: କ୍ରୀଡ଼ା ଓ ଯୁବା ସେବା ବିଭାଗ ଓ ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଓଡ଼ିଆ ପକ୍ଷ ଐତିହ୍ୟ ଗଣଦୌଡ ଆଜି ଗୁଣ୍ଡିଚା ମନ୍ଦିର ଠାରୁ ବି.ଏନ. ପେଲେସ ପର୍ଯ୍ୟନ୍ତ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗଦେଇ ଥିଲେ।

ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟ ସମୃଦ୍ଧ ଓ ରାଜ୍ୟ ସରକାରଙ୍କ ଆହ୍ଵାନ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଅପ୍ରେଲ ୧ ତାରିଖ ଠାରୁ ୧୪ ଅପ୍ରେଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଛି। ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାରେ ଐତିହ୍ୟ ଓ ଭାଷା ସଂପର୍କରେ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ , ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନେଇ ଗଣ ଐତିହ୍ୟ ଦୌଡ଼ରେ ସାମିଲ କରାଯାଇଥିଲା । ଜନସାଧାରଣଙ୍କ ମଧ୍ୟରେ ଓଡ଼ିଶାର ଐତିହ୍ୟ ଏଵଂ ସଂସ୍କୃତିର ପ୍ରତି ଗର୍ବ ସୃଷ୍ଟି କରିବା, ଜିଲ୍ଲା ଓ ରାଜ୍ୟର ସାଂସ୍କୃତିକ ଓ ବିବିଧତାକୁ ପାଳନ କରିବା ,ଏହି ଗଣ ଦୌଡ଼ ଦ୍ଵାର ଯୁବକ ଯୁବତୀ ମାନଙ୍କ ଶାରୀରିକ ଏଵଂ ମାନସିକ ସୁସ୍ଥ ତାକୁ ପ୍ରୋତ୍ସାହିତ କରାଯାଇପାରିବ। ଏହି କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ତଥା ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ କମଳାକାନ୍ତ ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର ପାତ୍ର ସମେତ ବିଭିନ୍ନ ବିଭାଗର ଅଧିକାରୀ ଛାତ୍ରଛାତ୍ରୀ ପ୍ରମୁଖ ସାମିଲ କରାଯାଇଥିଲା।

ମଣିଭଦ୍ରା ଖବର, ଗଜପତି 

Post a Comment

أحدث أقدم
Header ADS