BREAKING
Loading...
:

କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠ ପରିସରରେ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା

 ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା 


ଗଣିଆ (ମଣିଭଦ୍ରା ଖବର) ଗଣିଆ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠ ପରିସରରେ ଗୋପବନ୍ଧୁ ଦାସଙ୍କର ୯୭ ତମ ଶ୍ରାଦ୍ଧ ଦିବସ ଉପଲକ୍ଷେ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠର ପ୍ରଧାନଶିକ୍ଷୟତ୍ରୀ ନିହାର ବାଳା ରାଉତ ଯୋଗ ଦେଇଥିଲେ । 



ବିଚାରକ ଭାବେ ଅଧ୍ୟାପକ ଭଗବାନ ପୃଷ୍ଟି,ଅଧ୍ୟାପକ ଜିତେନ କୁମାର ପାଣିଗ୍ରାହୀ ଉପସ୍ଥିତ ଥିଲେ । ଛାତ୍ର ଛାତ୍ରୀ ମାନେ "ଗୋପବନ୍ଧୁଙ୍କ ସ୍ବପ୍ନର ଭାରତ" ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷୟତ୍ରୀ ସତ୍ୟଭାମା ସେନାପତି ଏବଂ ସଶ୍ମିତା ମଣ୍ଡଳ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିବା ବେଳେ ଗଣିଆ ସମାଜ ସମ୍ବାଦଦାତା ବ୍ରଜବନ୍ଧୁ ଦେହୁରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ମଣିଭଦ୍ରା ଖବର, ଗଣିଆ 

Post a Comment

أحدث أقدم
Header ADS