BREAKING
Loading...
:

ବାଙ୍କୀରେ ୭୯ତମ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

 ବାଙ୍କୀରେ ୭୯ତମ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ  



ବାଙ୍କୀ,୨୨ା୭(ମାନସ ରଞ୍ଜନ ସାହୁ): ବାଙ୍କୀ ଉପଖଣ୍ଡସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ଚଳିତ ବର୍ଷ ଯଥା ରୀତି ଆଡମ୍ବର ଭାବେ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ପ୍ରଣବ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଉପଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହ ବିଗତ ବର୍ଷ ମାନଙ୍କ ପରି ଚଳିତ ବର୍ଷ ଜାକଜମକରେ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ବୈଠକରେ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା । ସ୍ୱାଧୀନତା ଦିବସ ଦିନ ଭୋର୍ ଘ.୪.୩୦ମି.ରୁ ଘ.୫.୩୦ମି. ସମୟ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜୀ ଯନ୍ତ୍ର ଯୋଗେ ସହର ମାଧ୍ୟମରେ ‘ରାମଧୂନ୍‌’ ପ୍ରଚାର କରାଯିବ । ପ୍ରତ୍ୟୁଷରୁ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଭାତ ଫେରୀ ଓ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଏବଂ ଶିକ୍ଷାନୁଷ୍ଠାନରେ ସକାଳ ଘ.୭.୩୦ମି. ସୁଦ୍ଧା ଜାତୀୟ ପତାକା ଉତ୍ତୋଳନ ପାଇଁ ନିଷ୍ପତ୍ତି ନିଆଯାଇଛି । ସେହିପରି ପୂର୍ବାହ୍ଣ ଘ.୯.୧୫ମି. ସ୍ଥାନୀୟ କଚେରୀ ପଡିଆରେ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ । ଏହି ଉତ୍ସବରେ ଉପଜିଲ୍ଲାପାଳ ପ୍ରଣବ କୁମାର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ଜାତୀୟ ପତାକା ଉତ୍ତୋଳନ କରିବେ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବ । ଚଳିତ ବର୍ଷ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା, + ୨ ଓ + ୩ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବ । ଉପଖଣ୍ଡର ଶ୍ରେଷ୍ଠ ଚାଷୀଙ୍କୁ ସମ୍ବର୍ଦ୍ଧନା କରାଯିବା ସହିତ ଉପକାରାଗାରାର କଏଦୀ ଓ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ମିଷ୍ଠାନ୍ନ ଓ ଫଲ ବଣ୍ଟନ କରାଯିବ ବୋଲି ସ୍ଥିର କରାଯାଇଛି । ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାଳକୃଷ୍ଣ କହଁର, ବାଙ୍କୀ ତହସିଲଦାର ଅଶେଷ କୁମାର ନାୟକ, ବାଙ୍କୀ ଥାନା ଅଧିକାରୀ ଦିଲ୍ଲୀପ୍ କୁମାର ମର୍ଦ୍ଦରାଜ ଭୂୟାଁ, ଡାକ୍ତର ପଦ୍ମଲୋଚନ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ,  ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟ , ଶିକ୍ଷକ ଓ ଶିକ୍ଷୟିତ୍ରୀ, ଗଣମାଧ୍ୟମ ପ୍ରତିନିଧି ଓ ବହୁମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ କାଳୀଚରଣ ତ୍ରିପାଠୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଶେଷରେ ବାଙ୍କୀ ବିଜ୍ଞାପିତ ପରିଷଦ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ମଣିଭଦ୍ରା ଖବର, ବାଙ୍କୀ 

Post a Comment

Previous Post Next Post
Header ADS