BREAKING
Loading...
:

ନୀଳକଣ୍ଠେଶ୍ଵର ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ

 ନୀଳକଣ୍ଠେଶ୍ଵର ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ 



ଖଣ୍ଡପଡ଼ା (ପୂର୍ଣ୍ଣଚନ୍ଦ୍ର ମହାପାତ୍ର) ଖଣ୍ଡପଡ଼ା ବ୍ଲକ ଅଧୀନ ଗୁଣ୍ଠୁଣୀ ଗ୍ରାମସ୍ଥିତ ନୀଳକଣ୍ଠେଶ୍ଵର ଉଚ୍ଚ ବିଦ୍ୟାଳୟର ୩୪ତମ ପ୍ରତିଷ୍ଠା ଦିବସ ପାଳିତ  ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ରାଉତଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗଦେଇଥିଲେ। ବିଶିଷ୍ଟ ଅତିଥି ଭାବେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ବିଷ୍ଣୁପ୍ରିୟା ବେହେରା ଓ ମୁଖ୍ୟବକ୍ତା ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର କର, ସମ୍ମାନୀତ ଅତିଥି ଭାବେ ସାଂସଦଙ୍କ ପ୍ରତିନିଧି ଚନ୍ଦ୍ରକାନ୍ତ ବଳିଆରସିଂ, ଗୁଣ୍ଠୁଣୀ ସରପଞ୍ଚ ପ୍ରତିମା ପରିଡ଼ା ଏବଂ ସମିତି ସଭ୍ୟା ସୁଲୋଚନା ଦାସ ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରାରମ୍ଭରେ ଅତିଥିମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ବଳନ କରିଥିଲେ। ପରେ ବିଦ୍ୟାଳୟର ଛାତ୍ରୀମାନେ ସ୍ଵାଗତ ସଙ୍ଗୀତ ଗାନ  କରିଥିଲେ।ଶିକ୍ଷକ ଶିବ ରାଉତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ପ୍ରଦୀପ୍ତ କୁମାର ସ୍ୱାଇଁ ବାର୍ଷିକ ବିବରଣୀ ପାଠ କରିଥିଲେ ।   ଏ ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ।ସମ୍ମାନୀତ କରାଯାଇଥିଲା।ପରିଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଶିକ୍ଷକ ସୁରେଶ ଚନ୍ଦ୍ର ବେହେରା ଧନ୍ୟବାଦ ଦେଇଥିଲେ ।ବିଦ୍ୟାଳୟର ସମସ୍ତ ଶିକ୍ଷକ ,ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଖଣ୍ଡପଡ଼ା ରୁ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ବ୍ଲକ ରିପୋର୍ଟ।

ମଣିଭଦ୍ରା ଖବର, ଖଣ୍ଡପଡ଼ା ବ୍ଳକ 

Post a Comment

أحدث أقدم
Header ADS