ରାଇରଙ୍ଗପୁର ଠାରେ ୭୯ତମ ସ୍ୱାଧୀନତା ଦିବସ -୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ.
ରାଇରଙ୍ଗପୁର (ମଣିଭଦ୍ରା ଖବର)
ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ବାମନଘାଟୀ ଉପଜିଲ୍ଲାପାଳ ଶ୍ରୀ ସୌମ୍ୟ ରଞ୍ଜନ ପ୍ରଧାନ ଭା. ପ୍ର.ସେ.ଙ୍କ ସଭାପତିତ୍ବରେ ରାଇରଙ୍ଗପୁର ଉପଖଣ୍ଡ ରେ ଆଗାମୀ ୭୯ତମ ସ୍ୱାଧୀନତା ଦିବସ -୨୦୨୫ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି. ଉକ୍ତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ, ବାମନଘାଟୀ ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା ଓ ସହକାରୀ ଜିଲ୍ଲାପାଳ ଶ୍ରୀମତୀ ଅନିତା ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ।
ପ୍ରାରମ୍ଭ ରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତି ସଭାରେ ଯୋଗ ଦେଇଥିବା ସମସ୍ତଙ୍କୁ ସ୍ୱାଗତ କରିବା ସହ ଏହି ପ୍ରସ୍ତୁତି ବୈଠକ ର ଆଭିମୁଖ୍ୟ ସମ୍ଭନ୍ଧ ରେ ପ୍ରତିପାଦନ କରିଥିଲେ.
ଏହା ପରେ ଏହି ଜାତୀୟ ଦିବସକୁ ଉପଖଣ୍ଡ ସ୍ତରରେ ସୁନ୍ଦର ତଥା ଆକର୍ଷଣୀୟ ଭାବେ ବ୍ୟବସ୍ଥିତ ଢଙ୍ଗରେ ପାଳନ କରିବା ପାଇଁ ପ୍ରତ୍ୟେକଟି ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ସର୍ବସମ୍ମତି କ୍ରମେ ନିଷ୍ପତି ନିଆଯାଇଥିଲା. ତଦନୁସାରେ ଏହି ଜାତୀୟ ଦିବସ ପାଳନ ଅବସରରେ ଆବଶ୍ୟକୀୟ କାର୍ଯ୍ୟ, ଯଥା ଦିବସ ପାଳନ ଅବ୍ୟବହିତ ପୂର୍ବରୁ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ ତଥା ଏଥି ପାଇଁ ଉପଯୁକ୍ତ ବିଚାରକ ମଣ୍ଡଳୀ ଗଠନ , ଦିବସ ପାଳନ ଦିନ ଡାକବାଜି ଯନ୍ତ୍ର ଯୋଗେ ସହରାଞ୍ଚଳ ରେ ରାମଧୂନ ପରିବେଷଣ, ପ୍ୟାରେଡ ପଡିଆ ସୁସଜ୍ଜିକରଣ, ଅଭିବାଦନ ମଞ୍ଚ ପ୍ରସ୍ତୁତି, ସହରାଞ୍ଚଳକୁ ପରିଷ୍କାର ପରିଚ୍ଛନ୍ନ, ଜଳ ଯୋଗାଣ, ଆକସ୍ମିକ ଦୁର୍ଘଟଣାର ମୁକାବିଲା, ପ୍ୟାରେଡ ପରିଚାଳନା, ଆପାତ୍ତକାଳୀନ ସ୍ୱାସ୍ଥ୍ୟ ସେବା,ଜାତୀୟ ସଂଗୀତ ପରିବେଷଣ, ଅତିଥି ମାନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ, ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ ଏବଂ ସମ୍ବର୍ଦ୍ଧନା, ଦିବସ ପାଳନ ଦିନ ଉପଖଣ୍ଡ ଚିକିତ୍ସାଳୟର ରୋଗୀ ଏବଂ ଉପ-କାରଗାରର ଅନ୍ତେବାସୀ ମାନଙ୍କୁ ଫଳ-ବିସ୍କୁଟ ବଣ୍ଟନ ଓ ଆନୁଷ୍ଠାନିକ ପ୍ୟାରେଡରେ ଅଂଶ ଗ୍ରହଣ କରିଥିବା ପ୍ୟାରେଡ ଦଳଙ୍କୁ ବିସ୍କୁଟ-ଲଡ଼ୁ ବଣ୍ଟନ ଇତ୍ୟାଦି କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ତଥା ବ୍ୟକ୍ତି ବିଶେଷଙ୍କୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହିତ ଉପଖଣ୍ଡ ସ୍ତରୀୟ ଏହି ଜାତୀୟ ଦିବସ କୁ ସୁନ୍ଦର, ଆକାର୍ଷଣୀୟ ଓ ଶୃଙ୍ଖଳିତ ଭାବେ ପାଳନ କରିବା ପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ.
ଅନୁଷ୍ଠିତ ଉକ୍ତ ବୈଠକରେ ଉପଖଣ୍ଡ ସ୍ତରୀୟ ବିଭିନ୍ନ ପଦାଧିକାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନର ଏନ ସି ସି ଅଧକାରୀ,ବରିଷ୍ଠ ନାଗରିକ,ଆଇନଜୀବୀ,
ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ , ସ୍ବେଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ
ଶେଷରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଧନ୍ୟବାଦ ଅର୍ପଣ କରିଥିଲେ
ଏବଂ ବୈଠକ ପରିଚାଳନା ରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ର ଶ୍ରୀ ହରିଶ ଚନ୍ଦ୍ର ମହାପାତ୍ର ଓ ସଂଗ୍ରାମ ବିଶ୍ୱାଳ ସହଯୋଗ କରିଥିଲେ l
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق