BREAKING
Loading...
:

୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, 3 ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି, -

 ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, 3 ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି, -



ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି ସୃଷ୍ଟି ହୋଇଥିବା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ଏହା ସକ୍ରିୟ ରହିଛି ।


ଏହା ଆସନ୍ତା ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପଣିପାଗ ବିଭାଗ ପୂର୍ବାନୁମାନ କରିଛି ।


ଆସନ୍ତାକାଲି ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ । ପ୍ରଭାବରେ ଆସନ୍ତା ୫ ଦିନ ବର୍ଷା ହେବା ସହ ୨୪ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ସହ ରେଡ ଆର୍ଲଟ ଜାରି କରିଛି ପାଣିପାଗ ବିଭାଗ ।


ଆଜି ପ୍ରବଳ ଛେଚିବ-


ଆଜି ଦକ୍ଷିଣ ଓଡ଼ିଶାରେ ନିର୍ଧୁମ ଛେଚିବ ବର୍ଷା । ଅତି ପ୍ରବଳରୁ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ ।ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା ଓ ଗଜପତି ଏହି ୪ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ପବନ ବହିବ ।

Post a Comment

أحدث أقدم
Header ADS