BREAKING
Loading...
:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*

 *ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।



ଗଜପତି,ତା. ୧୮.୦୮.୨୦୨୫(ମନୋଜ କୁମାର ପାଢୀ) 

 ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ  ଶ୍ରୀମତୀ ମଧୁମିତା,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା  ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ମଙ୍ଗରାଜପୁର ଗ୍ରାମ ପଞ୍ଚାୟତ ସମେତ ସୁବଲଡା, ରାମଗିରି ଓ ପରିସଲ ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ-୮୪ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୫ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୫୯ ଗୋଟି ଅଭିଯୋଗ ଆସିଥିଲା , ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ୧୦ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପରିଚୟ ପତ୍ର ପ୍ରଦାନ କରିଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । 

      ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର ଶ୍ରୀ ଜ୍ୟୋତିମୟ ଦାଶ ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ  ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ମଣିଭଦ୍ରା ଖବର, ଗଜପତି 

Post a Comment

Previous Post Next Post
Header ADS