BREAKING
Loading...
:

ଉତ୍ସର୍ଗ ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର

 ଉତ୍ସର୍ଗ ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର ।l



ଦଶପଲ୍ଲା : -  ( ମଣିଭଦ୍ରା ଖବର ) ରକ୍ତଦାନ ମହାପୁଣ୍ୟ ଓ ରକ୍ତଦାନ ଜୀବନ ଦାନ। ଆଜିର ଦିନରେ ସମଗ୍ର ଓଡ଼ିଶାରେ  ରକ୍ତ ହୀନତା ଜନିତ ରୋଗୀ, ମାତୃତ୍ଵ ଲାଭ କରୁଥିବା ମହିଳା, ଜୀବନର ଅପରାହ୍ନରେ ଉପନୀତ ବ୍ୟକ୍ତି , ସିକଲିନ୍ ପୀଡିତ ରୋଗୀ, ଦୁରାରୋଗ୍ୟ ବ୍ୟାଧି ରେ ପୀଡିତ ରୋଗୀ  ଓ ଅପ୍ରତ୍ୟାଶିତ ଦୁର୍ଘଟଣା ର ଶିକାର ହେଉଥ‌ିବା ବ୍ୟକ୍ତିମାନଙ୍କ ପାଇଁ ରକ୍ତର ଆବଶ୍ୟକତା ଥିବା ବେଳେ , ସଠିକ୍ ସମୟରେ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ରହୁଛି । ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପୁରଣକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଅଗ୍ରଣୀ ସେବା  ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ  ଆନୁକୂଲ୍ୟରେ  ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ।  ବାଣୀଗୋଛା ନେତାଜୀ ସୁବାଷ ବୋଷ୍ ଜୁନିୟର ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏହି ରକ୍ତଦାନ ଶିବିର ରେ ବାଣୀଗୋଛା ଅଂଚଳର ବହୁ ସ୍ବେତ୍ସାକୃତ ରକ୍ତଦାତା ମାନବ ସମାଜର ମଂଗଳ ପାଇଁ ରକ୍ତଦାନ କରିଥିଲେ । ଆଜିର ଏହି ଶିବିରରେ  ୩୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିବାବେଳେ ,ବହୁ ଯୁବ ରକ୍ତଦାତା ରକ୍ତଦାନ କରିବା ଦେଖିବାକୁ ମିଳିଥିଲା ।

ମଣିଭଦ୍ରା ଖବର, ଦଶପଲ୍ଲା 

Post a Comment

أحدث أقدم
Header ADS