BREAKING
Loading...
:

୧୩ରେ ଘୂର୍ଣ୍ଣିବଳୟ, ୧୪ରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅନୁମାନ: ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ.....

 *୧୩ରେ ଘୂର୍ଣ୍ଣିବଳୟ, ୧୪ରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅନୁମାନ: ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ.....*




ଭୁବନେଶ୍ୱର,-ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଲଘୁଚାପ ବର୍ଷା ହୋଇପାରେ । ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ ୧୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି ।

ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି । ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ । ଏହା ବର୍ଷା କରାଇବ । କେନ୍ଦ୍ରୀୟ ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS