BREAKING
Loading...
:

ସମ୍ବଲପୁରୀ ଗୀତିକାର, ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ଦେହାନ୍ତ

 ସମ୍ବଲପୁରୀ ଗୀତିକାର, ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ଦେହାନ୍ତ 



ସମ୍ବଲପୁର: 


ସମ୍ବଲପୁରୀ ସାହିତ୍ୟର ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହେଉଥିଲେ । ପଦ୍ମଶ୍ରୀ ବିନୋଦ ପଶାୟତ ବଲାଙ୍ଗିର ଜିଲ୍ଲା କୁସମେଲ ଗାଁରେ ୧୯୩୫ ମସିହା ଡିସେମ୍ବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ସମ୍ବଲପୁରୀ ଭାଷା ସାହିତ୍ୟରେ ଅନେକ ଗୀତ ଓ ନାଟକ ରଚନା କରିଛନ୍ତି । ୨୦୨୩ ମସିହା ଜାନୁଆରୀ ମାସରେ ଗୀତିନାଟ୍ୟ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ କେନ୍ଦ୍ର ସରକାର । କଳା କ୍ଷେତ୍ରରେ ଉତ୍କର୍ଷତା ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଥିଲା । ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ବିନୋଦ ପଶାୟତ । ବୁଧବାର ସକାଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ସମ୍ବଲପୁର ଜିଲ୍ଲା ସଦର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଦେହାନ୍ତ ହୋଇଛି। ସ୍ୱର୍ଗତ ପଦ୍ମଶ୍ରୀ ପଶାୟତଙ୍କ ପରଲୋକ ଗମନରେ ସବୁ ମହଲରେ ଶୋକ ପ୍ରକାଶ ପାଇଛି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS