ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ "ମା ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, - :
"ଏକ ପେଡ ମା କେ ନାମ" ତଥା "ମା ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ ଇଚ୍ଛାପୁର ସ୍ଥିତ ଇଣ୍ଡୋର ଷ୍ଟାଡିୟମଠାରେ କ୍ରୀଡ଼ା ବିଭାଗ ପକ୍ଷରୁ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ)ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାରାରୋପଣ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଜିଲ୍ଲା ଅବକାରୀ ଅଧିକ୍ଷକ ବିପ୍ରଚରଣ ମଣ୍ଡଳ, ଜିଲ୍ଲା କ୍ରୀଡା ସଂସଦ ସମ୍ପାଦକ ସୟଦ ଅକମଲ ଅଲ୍ଲୀ ପ୍ରମୁଖ ଉପସ୍ଥିତ ରହି ଚାରାରୋପଣ କରିଥିଲେ |
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment