BREAKING
Loading...
:

କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

 କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ



କଟକ – :କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୮୨ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୭୯ଟି  ବ୍ୟକ୍ତିଗତ ଅଭିଯୋଗ ଏବଂ ୩ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୩ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଆଜିର ଏହି ଅଭିଯୋଗ ଶୁଣାଣି କାଳରେ ଉପ ଆୟୁକ୍ତ କମିଶନରେଟ୍ ପୁଲିସ୍‌, ଶ୍ରୀ ଋଷିକେଶ ଖିଲାରୀ ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲପାଳ ଶ୍ରୀ ଶିବ ଟପୋ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରଦୀପ କୁମାର ସାହୁ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।  ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡେପୁଟି କଲେକ୍ଟର (ଅଭିଯୋଗ ଶୁଣାଣି) ଶ୍ରୀମତୀ ସୌମ୍ୟା ବିଶ୍ୱାଳ ସୂଚନା ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୨୨ ତାରିଖରେ ଟାଙ୍ଗୀ-ଚୌଦ୍ୱାର ବ୍ଲକ୍‌ଠାରେ ଜିଲ୍ଳାପାଳଙ୍କଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Post a Comment

Previous Post Next Post
Header ADS