BREAKING
Loading...
:

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

 ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

 


ଗଜପତି :୧/୯(ମନୋଜ ପାଢୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ,ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୭୫ ଗୋଟି ଅଭିଯୋଗ ଥାଏ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା -୧୭ ଗୋଟି ଓ ୨ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି,ସେଥିମଧ୍ୟରୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣଙ୍କୁ ୭୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ମଣିଭଦ୍ରା ଖବର, ଗଜପତି 

Post a Comment

Previous Post Next Post
Header ADS