BREAKING
Loading...
:

ରାଜ୍ୟ କ୍ୟାବିନେଟର ୨୬ ତମ ବୈଠକ

 



ଭୁବନେଶ୍ୱର -

 ରାଜ୍ୟ କ୍ୟାବିନେଟର ୨୬ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l


     ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । 


 କ୍ୟାବିନେଟ ବୈଠକରେ ମୋଟ o୫ ଟି ବିଭାଗର ୦୫ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l  

        ଗୃହ ଓ ନଗର ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଗୋଟିଏ ଲେଖାଏଁ ଏହିପରି ମୋଟ ୫ ଟି ବିଭାଗର ୫ ଟି ପ୍ରସ୍ତାବ ଆଗତ ସହ ସମସ୍ତ ପ୍ରସ୍ତାବଗୁଡିକ ରାଜ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ କରିଛି l

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS