*୧୫ରୁ ରାଜ୍ୟରେ ଥଣ୍ଡା ପଡ଼ିବ...*
ଓଡ଼ିଶା ଧୀରେ ଧୀରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ବିଦାୟ ଦେବା ଦିଗରେ ମୁହାଁଉଛି। ଏଥିସହ ଖୁବ୍ଶୀଘ୍ର ରାଜ୍ୟକୁ ଶୀତ ଛୁଇଁବ। ଆସନ୍ତା ୧୫ ତାରିଖ ଆଡ଼କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଯିବ ବୋଲି ଆକଳନ କରାଯାଉଛି। ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ତେବେ ୧୩ ଓ ୧୪ ତାରିଖରେ ସମୁଦ୍ର ସଂଲଗ୍ନ ଜିଲ୍ଲାରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ। ୧୫ ତାରିଖରୁ ରାତିରେ ତାପମାତ୍ରା କ୍ରମଶଃ କମିବ। ୧୭ ତାରିଖ ସୁଦ୍ଧା କେତେକ ଆଭ୍ୟନ୍ତରୀଣ ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରି ତାପମାତ୍ରା କମିପାରେ। କନ୍ଧମାଳ, କୋରାପୁଟ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ତାପମାତ୍ରା ସବୁଠାରୁ କମ୍ ରହିବ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment