BREAKING
Loading...
:

ବୃତ୍ତି ପାଉଥିଲେ ମିଳିବନି ‘ସୁଭଦ୍ରା’

 ବୃତ୍ତି ପାଉଥିଲେ ମିଳିବନି ‘ସୁଭଦ୍ରା’




ଭୁବନେଶ୍ଵର: ସୁଭଦ୍ରାକୁ ନେଇ ବଡ ଅପଡେଟ୍ ସାମ୍ନାକୁ ଆସିଛି। ଯେଉଁ ଛାତ୍ରମାନେ ୧୮ ହଜାର ଟଙ୍କା ବୃତ୍ତି ପାଉଥିବେ, ସେମାନେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ । ଏନେଇ ଦୁଇ ବିଭାଗରୁ ମହିଳା ଓ ଶିଶୁ ବିକାଶ ବିଭାଗ ରିପୋର୍ଟ ମାଗିଛି । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ ।

ଉକ୍ତ ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍‌ ହୋଇଥିବା ଆବଶ୍ୟକ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮,୦୦୦ ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ।

ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି । ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ ଦିଆଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି । ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆ ଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS