BREAKING
Loading...
:

ଆଗାମୀ ୭ ଦିନ ରାଜ୍ୟ ରେ ବର୍ଷା ସମ୍ଭାବନା

 ଆଗାମୀ ୭ ଦିନ ରାଜ୍ୟ ରେ ବର୍ଷା ସମ୍ଭାବନା




ଭୁବନେଶ୍ଵର : ବାତ୍ୟା ମୋନ୍ଥା ପ୍ରଭାବରେ ରାଜ୍ୟରେ ଆଗାମୀ ୭ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର ସମସ୍ତ ଜିଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି ଜିଲ୍ଲାରେ ଘଣ୍ଟାପ୍ରତି ୪୫-୫୫ କିମି , ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଜିଲାରେ ୩୫-୪୫ କିମି ଓ ବାକି ଜିଲାରେ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତାକାଲି ବାଲେଶ୍ବର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ମୟୂରଭଞ୍ଜ ଜଗତସିଂହପୁର ,ପୁରୀ,ଖୋର୍ଦ୍ଧା ,ଝାରସୁଗୁଡ଼ା , ଢେଙ୍କାନାଳ ଓ କେନ୍ଦୁଝର ଜିଲାରେ ବଜ୍ରପାତ ସହିତ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ୩୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି,ବିଜୁଳି ଝଡ଼ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧ତାରିଖରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଛି । ୫,୬,୭ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS