*ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା, ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ*
ନେପାଳ ପଳାଇଥିଲେ ମୁଖ୍ୟ ଅଭିଯୁକ୍ତ । CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି ରାଜ୍ୟ ସରକାର ।
ଓଡ଼ିଶା ପୁଲିସ ଏସ୍ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ଗିରଫ ହୋଇଛି । ନେପାଳ ସୀମାରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍ ଗାଜିଆବାଦରେ ଥିବା ଶଙ୍କରର ଘରେ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା ।
ଏସ୍ଆଇ କେଳେଙ୍କାରୀର ଖୋଲୁଛି ଗୁମର : କ୍ରାଇମ୍ବ୍ରାଞ୍ଚ ଟିମ୍ ସିଲିକନ୍ ଟେକ୍ ଲ୍ୟାବ୍ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ କରୁଛି ଜେରା
ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା । ଡିଏସ୍ପି ଅନିଲା ଆନନ୍ଦଙ୍କ ନେତୃତ୍ବରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍ ଏ ସଂପର୍କରେ ସୂଚନା ପାଇ ଚଢ଼ଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ। ଶଙ୍କର ନିକଟରୁ ଦୁଇଟି ମୋବାଇଲ୍ ଫୋନ ଓ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ବେଳେ ଗାଜିଆବାଦରୁ ଗୋଟିଏ ଫର୍ଚୁନର୍ ଗାଡ଼ି ଜବତ କରାଯାଇଛି ।
ପୁଲିସ ଏସ୍ଆଇ କେଳେଙ୍କାରୀ ମାମଲାରେ ୨ଜଣଙ୍କୁ ଜେରା ; ଏହି ପ୍ରସଙ୍ଗକୁ ନେଇ ତେଜୁଛି ରାଜନୀତି
ସେଠାରେ ଶଙ୍କରର ପତ୍ନୀ ଓ ପିଲାଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ଜେରା କରୁଥିବା ବେଳେ ଅନ୍ୟ ଏକ ଟିମ୍ ଶଙ୍କରକୁ ଧରି ଓଡ଼ିଶା ଆସୁଛନ୍ତି । ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆରବି) ଦ୍ବାରା ପ୍ରସ୍ତୁତ ପୁଲିସ ଏସ୍ଆଇ କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ବର୍ତ୍ତମାନ ସୁଦ୍ଧା ୧୨୪ ଜଣଙ୍କୁ ଗିରଫ କରିସାରିଲାଣି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق