ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ଆସିଲା ବଡ ଅପଡେଟ୍ । ରାଜ୍ୟର ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର । ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍ଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି ।*
*୧୦ ଦିନ ଭିତରେ ଜିଲ୍ଲାପାଳଙ୍କ ସହ ବୈଠକ ହୋଇଥିବା ସେ କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ବୁଥ୍, ବାଲଟ୍ ବକ୍ସ ସହ ଯାହା ଯାହା ଆବଶ୍ୟକ କାମ ଆରମ୍ଭ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁ ଯେଉଁ ସ୍ତରରେ କାମ ହେବା କଥା ହେବ । ପଞ୍ଚାୟତ ନିର୍ବାଚନକୁ ଅଳ୍ପ ସମୟ ଥିବାରୁ ଉପ ନିର୍ବାଚନ ପାଇଁ ନିଷ୍ପତ୍ତି ହୋଇନାହିଁ ବୋଲି ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment