ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ
କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ, କଟକ-ଚୌଦ୍ୱାର ବିଧାୟକ ସୌଭିକ୍ ବିଶ୍ୱାଳ, ବସ୍ତା ବିଧାୟିକା ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ ଏବଂ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ।
ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق