ଅଗ୍ରସର ହେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଚଳିତ ସପ୍ତାହ ସୁଦ୍ଧା ଆଣ୍ଡାମାନ ଛୁଇଁବ ମୌସୁମୀ.....*
ଭୁବନେଶ୍ଵର, - : ଅଗ୍ରସର ହେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଥର ସ୍ୱାଭାବିକ ସମୟ ମଧ୍ୟରେ ଆସିବ ମୌସୁମୀ । ଚଳିତ ସପ୍ତାହର ଶେଷ ଆଡକୁ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।ଭାରତୀୟ ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି।
ପ୍ରତିବର୍ଷ ମେ ୧୮ ରୁ ୧୯ ମଧ୍ୟରେ ପ୍ରାୟତଃ ଆଣ୍ଡାମାନ ଛୁଇଁଥାଏ ମୌସୁମୀ ବାୟୁ । ଏହା ପରେ ଆଗକୁ ବଢ଼ି କେରଳ ନିକଟରେ ଜୁନ୍ ପ୍ରଥମ ସପ୍ତାହରେ ପହଞ୍ଚିଥାଏ । କେରଳ ଛୁଇଁବାର ୧୦ ରୁ ୧୨ ଦିନ ମଧ୍ୟରେ ଓଡ଼ିଶାକୁ ଅଗ୍ରସର ହୋଇଥାଏ ମୌସୁମୀ। କିନ୍ତୁ ଚଳିତବର୍ଷ ଏହି ପ୍ରକ୍ରିୟା ସଅଳ ହେବ। ଏପରିକି ସ୍ବାଭାବିକ ଠାରୁ ଅଧିକ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
ଏପଟେ ରାଜ୍ୟରେ କାଳବୈବୈଶାଖୀ ବର୍ଷାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାର କରିିଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆଗାମୀ ୧୩ ତାରିଖ ରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବୃଦ୍ଧି ପାଇବା ଆକଳନ କରାଯାଉଛି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment