ଚଣ୍ଡିଖୋଲ ନିକଟରେ ଘଟିଯାଇଛି ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣା!
କଟକ/ବଡଚଣା (ମଣିଭଦ୍ରା ଖବର) କଟକରୁ ବାଲେଶ୍ୱର ଯାଉଥିବା "ଷଡ଼ଙ୍ଗୀ" ନାମକ ଯାତ୍ରୀବାହୀ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଥିବା ପ୍ରାଥମିକ ସୂଚନାରୁ ପ୍ରକାଶ।
ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଓ ପୋଲିସ ପହଞ୍ଚି ଦ୍ରୁତ ଗତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
ପ୍ରଭୁ ଶ୍ରୀ ଜଗନ୍ନାଥ ସମସ୍ତ ଯାତ୍ରୀଙ୍କ ଜୀବନ ରକ୍ଷା କରନ୍ତୁ ଏବଂ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ ପ୍ରଦାନ କରନ୍ତୁ,
ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ପ୍ରତିନିଧି ବିଭୁତି ଭୂଷଣ ସାହୁ



Post a Comment