BREAKING
Loading...
:

ବିଶ୍ଵଶାନ୍ତି ମହାଯଜ୍ଞ,ଭାଗବତ ସପ୍ତାଙ୍ଗ ଏବଂ ଅଷ୍ଟପ୍ରହରୀ ନାମଯଜ୍ଞ ପୂର୍ଣ୍ଣାହୁତି

 ବିଶ୍ଵଶାନ୍ତି ମହାଯଜ୍ଞ,ଭାଗବତ ସପ୍ତାଙ୍ଗ ଏବଂ ଅଷ୍ଟପ୍ରହରୀ ନାମଯଜ୍ଞ ପୂର୍ଣ୍ଣାହୁତି 


ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଲକ ଆଡକଟା ପଞ୍ଚାୟତ କେନ୍ଦୁଆବିଡା ଗ୍ରାମରେ ପଞ୍ଚବିଂଶ ତମ ବାର୍ଷିକ ଉତ୍ସବ,ଭାଗବତ ସପ୍ତାଙ୍ଗ ଏବଂ ଅଷ୍ଟପ୍ରହରୀ ନାମଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ୧୬ ତାରିଖରୁ ଆରମ୍ଭ ହୋଇଥିବା ଉକ୍ତ କାର୍ଯ୍ୟକ୍ରମ ସୋମବାର ଅପରାହ୍ନରେ ଉଦଯାପନ ହୋଇଥିବା ଜଣାପଡିଛି । 

ଆଜିର ଏହି କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ପୂର୍ବତନ ବ୍ଳକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁ, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଗ୍ରାମବାସୀଙ୍କ ତରଫରୁ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଦିନ ତମାମ ସଂକୀର୍ତ୍ତନ ମଣ୍ଡଳୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା । ଦୀର୍ଘ ୭ ଦିନ ଧରି ଗ୍ରାମବାସୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇଥିଲା ।

ମଣିଭଦ୍ରା ଖବର, ଗଣିଆ 

Post a Comment

Previous Post Next Post
Header ADS