କେନ୍ଦ୍ରମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜନତାଙ୍କ ରାୟକୁ ସମ୍ମାନ ଜଣାଉଛୁ । ସେହିପରି ବିଜେପିର ନିର୍ବାଚିତ ପ୍ରତିନିଧିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଧର୍ମେନ୍ଦ୍ର । ଓଡ଼ିଶାର ୬୩ ଲକ୍ଷ ୨୩ ହଜାର ୭୪୬ ଭୋଟର ତଥା ମୋଟ୍ ୩୦.୦୭ ପ୍ରତିଶତ ମତଦାତା ଆମ ଦଳକୁ ସେମାନଙ୍କର ସମର୍ଥନ ଜଣାଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି । ନିର୍ବାଚନ ଗଣତନ୍ତ୍ରରେ ଏକ ନିରନ୍ତର ପ୍ରକ୍ରିୟା । ଆମ ଦଳର ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତାମାନେ କଠିନ ପରିଶ୍ରମ କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବ ଭାରତକୁ ଗୁରୁତ୍ୱ ତଥା ଗରିବ କଲ୍ୟାଣ ଯୋଜନାର ସର୍ବାଧିକ ଲାଭ ଓଡ଼ିଶାକୁ ଆସୁଛି । ଆମେ ଆମର ସଂଗଠନକୁ ସୁଦୃଢ଼ କରିବା ସହ “ସବକା ସାଥ-ସବକା ବିକାଶ”କୁ ମୂଳମନ୍ତ୍ର କରିଥିବା ମୋଦି ସରକାରଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକୁ ଲୋକଙ୍କ ପାଖକୁ ନେବା ପାଇଁ ଅଧିକରୁ ଅଧିକ ପରିଶ୍ରମ କରିବୁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
إرسال تعليق