ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
ବିଭିନ୍ନ ୨୬୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :
ତୁରନ୍ତ ସମାଧାନ ହେଲା ବିଭିନ୍ନ
୨୪୭ ଗୋଟି ଅଭିଯୋଗ :
ସୁବର୍ଣ୍ଣପୁର(ମଣିଭଦ୍ରା ଖବର)ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୬୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୫୮ ଗୋଟି ଓ ସାମୁହିକ ଦରଖାସ୍ତ ୧୧ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨୬୯ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୪୭ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l
ବି ଡି ଓ,ଉଲୁଣ୍ଡା ଶ୍ରୀ ହେମସାଗର ଭୋଇ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ପ୍ରକଳ୍ପ ନିର୍ଦେଶକ,
ଡି.ଆର.ଡି.ଏ -ଶ୍ରୀ ଡୋଳାମଣି ପଟେଲ,ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷ ଉଲୁଣ୍ଡା
ଶ୍ରୀମତୀ ଶାନ୍ତିଲତା ମିଶ୍ର ,ବ୍ଲକ ଉପାଧକ୍ଷ - ଶ୍ରୀ ସଂଜୀବ ଦେହୁରୀ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲାର ହସ୍ତତନ୍ତ ବସ୍ତ୍ର ର ଚାହିଦାକୁ ବୃଦ୍ଧି ସହ ସୁଦୂର ପ୍ରସାରି କରିବା ତଥା ଜିଲ୍ଲାରେ ଥିବା ବୁଣାକାର ଗୋଷ୍ଠୀ ଙ୍କ ଆର୍ଥିକଉନ୍ନତିରେ ସୁଧାର ଆଣିବା ଲକ୍ଷ୍ୟରେ ଜିଲ୍ଲାପ୍ରଶାସନ ର ନିଷ୍ପତ୍ତି କ୍ରମେ ଅଦ୍ୟ ଯୁଗ୍ମ ଜନଶୁଣାଣୀ ଶିବିରରେ ଯୋଗଦାନ କରିଥିବା ଅଧିକାରୀ ଓ କର୍ମଚାରୀ ପ୍ରମୁଖ ହସ୍ତତନ୍ତ ବସ୍ତ୍ର ପରିଧାନ କରିଥିଲେ l ଏଣୁ ଏଣିକି ଜିଲ୍ଲାରେ ହେବାକୁ ଥିବା ପ୍ରତ୍ୟେକ ଯୁଗ୍ମ ଜନ ଶୁଣାଣୀ ଶିବିରରେ ଅଧିକାରୀ ତଥା କର୍ମଚାରୀ ବୃନ୍ଦ ଏହି ନିଷ୍ପତି କୁ କାର୍ଯ୍ୟକାରି କରିବାକୁ ପ୍ରଶାସନ ତରଫରୁ ପରାମର୍ଶ କରାଯାଇଛି l
ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର
Post a Comment