ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ,ଏନଡିଏ ପକ୍ଷରୁ ଲାଗିଲା ଦ୍ରୌପଦୀଙ୍କ ନାମରେ ମୋହର
ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କ ନାମରେ ଲାଗିଛି ମୋହର । ଆଜି ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିଥିଲା । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ରାଜନାଥ ସିଂହଙ୍କ ସମେତ ପ୍ରମୁଖ ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ । ପୂର୍ବରୁ ବିରୋଧୀ ମହାମେଣ୍ଟ ପକ୍ଷରୁ ଯଶୱନ୍ତ ସିହ୍ନାଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
Post a Comment