BREAKING
Loading...
:

ହରଭଙ୍ଗା ବ୍ଳକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

 ହରଭଙ୍ଗା ବ୍ଳକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ 



ସୁବର୍ଣ୍ଣପୁର (ମଣିଭଦ୍ରା ଖବର)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକରେ ସୋମବାର ଦିନ  ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ  ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସମୁଦାୟ ୮୪  ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୭୭ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ ୭ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୩୧ ଗୋଟି ଅଭିଯୋଗକୁ ଫଇସଲା କରାଯାଇଥିବା ବେଳେ ୯ ଗୋଟି ଅଭିଯୋଗ  ସଂପର୍କରେ ଅନୁଧ୍ୟାନ କରାଯାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯାଇଥିଲା । ଏହି ଶିବିରରେ ଅତିରିକ୍ତ  ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଉପଜିଲ୍ଲାପାଳ ସନତ କୁମାର ନାଏକ ଓ ସମସ୍ତ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ । ଶିବିରକୁ ଜିଲ୍ଲା ଜରୂରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁ,ହରଭଙ୍ଗା ବିଡିଓ ସ୍ମିତା ରଥ ଏବଂ    ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ  ପ୍ରମୁଖ ପରିଚାଳନା କରି ଥିଲେ । 


ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Post a Comment

أحدث أقدم
Header ADS