ଦ୍ରୌପଦୀ ମୁର୍ମୁଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ ବିଧାୟକ ରମେଶ ଚନ୍ଦ୍ର ବେହେରା
ବ୍ୟୁରୋ ରିପୋର୍ଟ (ମଣିଭଦ୍ରା ଖବର) ଏନଡିଏ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା କରିଛି । ଭୋଟ ଗଣିତ ସଙ୍କେତ ଦେଉଛି ଯେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ହେବା ଏକପ୍ରକାର ନିଶ୍ଚିତ । ଯଦି ଏମିତି ହୁଏ ତେବେ ପ୍ରଥମ ଥର ପାଇଁ ଓଡ଼ିଶାର ଜଣେ ଆଦିବାସୀ ମହିଳା ରାଷ୍ଟ୍ରପତି ପଦରେ ବସିବାକୁ ଯାଉଛନ୍ତି । ତେବେ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ତାଙ୍କୁ ଜେଡ୍ ପ୍ଳସ ସୁରକ୍ଷା ପ୍ରଦାନ କରାଯାଇଛି ।
ଏହା ସହ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା ପରେ ତାଙ୍କୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଥିବା ଦେଖିବାକୁ ମିଳିଛି । ସେ କହିଛନ୍ତି ଯେ ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନଡିଏ ପକ୍ଷରୁ ପ୍ରାର୍ଥିନୀ ହୋଇଥିବା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ। ମୋର ବିଶ୍ୱାସ ଶ୍ରୀମତୀ ମୁର୍ମୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ସାରା ଦେଶରେ ନୂଆ ଉଦାହରଣ ସୃଷ୍ଟି କରିବେ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
Post a Comment