ଧୂଆଁମଡ଼ା ଗ୍ରାମରେ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ
ଗଣିଆ ୧୩/୦୬(ମଣିଭଦ୍ରା ଖବର) ଗ୍ରାମାଞ୍ଚଳରେ ଥିବା ପ୍ରତିଭାକୁ ବିକଶିତ କରିବା ପାଇଁ ଗ୍ରାମର ଯୁବକ ମାନଙ୍କର ନିଆରା ପ୍ରୟାସ । ପିଲା ଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ପ୍ରତିଭାକୁ ପ୍ରଦର୍ଶନ କରିଥିଲେ । ଗଣିଆ ବ୍ଲକ ଆଡକଟା ପଞ୍ଚାୟତ ଧୂଆଁ ମଡ଼ା ଗ୍ରାମରେ ରେ ପୂର୍ବରୁ ପ୍ରତିବର୍ଷ ଏଭଳି କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି । ଚଳିତ ବର୍ଷ ଉକ୍ତ ଉତ୍ସବରେ ପ୍ରଫୁଲ୍ଲ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଭାବଗ୍ରାହୀ ସ୍ବାଇଁ, ମୁଖ୍ୟ ବକ୍ତା ଭାବେ ସମାଜସେବୀ ପ୍ରଭାତ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ସରପଞ୍ଚ ସୁଭାଷିନୀ ବାରିକି ପ୍ରମୁଖ ଯୋଗ ଦେଇଥିଲେ । ଗ୍ରାମର ଯୁବକଙ୍କ ପ୍ରଚେଷ୍ଟାରେ ଆୟୋଜିତ ଏଭଳି କାର୍ଯ୍ୟକ୍ରମକୁ ଅତିଥି ମାନେ ଭୂୟସୀ ପ୍ରଶଂସା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ବିତରଣ କରାଯାଇଥିଲା ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
إرسال تعليق