ହରଭଙ୍ଗା ଗ୍ରାମ ପଞ୍ଚାୟତ ବନ୍ୟା ଆଶ୍ରୟସ୍ଥଳି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ l
ସୁବର୍ଣ୍ଣପୁର (ମଣିଭଦ୍ରା ଖବର)
ଆଜି ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସମୁଦାୟ 47ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ 45 ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ 2 ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ଆସିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ 20 ଗୋଟି ଅଭିଯୋଗକୁ ତଥକାଳ ଫଇସଲା କରାଯାଇଥିବା ବେଳେ 7 ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ 65000 ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯାଇଥିଲା । ଏହି ଶିବିରରେ ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା,ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସନତ କୁମାର ନାଏକ, ବିଡ଼ିଓ ସ୍ମିତା ରଥ, ତହସିଲଦାର ଶମ୍ଭୁ ମିଶ୍ର,ଅତିରିକ୍ତ ତହସିଲଦାର ହରିଓ଼ମ ଭୋଇ, ସିଡିପିଓ ନିରୁପମା ପାଣି, ଟିଆରଓ ମହାପାତ୍ର କୁଲଦୀପ ମହାନ୍ତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଜିଲ୍ଲା ସାମ୍ବାଦିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୂଝାରୀ , ପିଡିୱାଟରସେଡ ପ୍ରଦୀପ୍ତ କୁମାର ମହାନ୍ତି ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ l ଶିବିରକୁ ଜିଲ୍ଲା ଜରୂରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁ, ସରପଞ୍ଚ ଶକୁନ୍ତଳା ବେହେରା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ପରିଚାଳନା କରି ଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀ କାଲୀନ ବିଭାଗର ଶିବା କୁମାର ଦଳବେହେରା ,ସୁନୀଲ ବେହେରା ଓ ଦିବ୍ୟ ସିଂହ ମଲ୍ଲିକଙ୍କ ସମେତ ହରଭଙ୍ଗା ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ
lରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର
Post a Comment